Department

Revenue: ସମ୍ଭାବ୍ୟ ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର

ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲାପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି |

ଶ୍ରୀ ପୂଜାରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି। ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଦିଗ କରି ଆସନ୍ତାକାଲି ଅବପାତରେ ପରିଣତ ହେବ | ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତି କରିବ । ପରବର୍ତ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡଘଡି ଓ ଝଟକା ପବନ ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ,କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

ଆସନ୍ତାକାଲି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button