Odisha
Trending

ଗୁଣ୍ଡିଚା ମନ୍ଦିର ଦଳାଚକଟା: କାର୍ଯ୍ୟରେ ଅବହେଳା ପାଇଁ ୭ ପୁଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍

ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାରେ ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍‌ ହୋଇଛି | କାର୍ଯ୍ୟରେ ଅବହେଳା ପାଇଁ ୭ ପୁଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍। ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୁଲିସ ଡିଜିପିଙ୍କୁ ରିପୋର୍ଟ ଦିଆଯାଇଛି। ଦଳାଚକଟା ପାଇଁ ୭ ଅଧିକାରୀ ଦାୟୀ ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି | ଏହି ଅଧିକାରୀମାନେ ହେଲେ OSAP ଥାର୍ଡ ବାଟାଲିୟନର କମାଣ୍ଡାଣ୍ଟ ଅଜୟ କୁମାର ପାଢୀ, ଡିସିପି ବିଷ୍ଣୁପ୍ରସାଦ ପତି, ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ତାପସ ରଞ୍ଜନ ଦାସ, ଡେପୁଟି କମାଣ୍ଡାଣ୍ଟ କେ.କେ ନାୟକ, ପୁରୀ ସିଟି ଡିଏସପି ପ୍ରଶାନ୍ତ ସାହୁ, କୁମ୍ଭାରପଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ଓ OSAP 8th ବାଟାଲିୟନ କମାଣ୍ଡାଣ୍ଟ ସାରଦା ପ୍ରସାଦ ଦାସ୍।

ଉଲ୍ଲେଖଯୋଗ୍ୟ ଯେ ଗତ ଜୁନ୍ ୨୯ ତାରିଖରେ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟା ହୋଇଥିଲା | ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ ରାଜ୍ୟ ସରକାର ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ତଦନ୍ତ ଦାୟିତ୍ବ ଦେଇଥିଲେ। ତଦନ୍ତ ରିପୋର୍ଟ ଆଧାରରେ ଏହି ୭ ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁପାରିସ୍ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button