
ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇପାରେ | ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିପାରନ୍ତି ବୋଲି ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି।
ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିପାରନ୍ତି | ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତ ସମୟରେ ସେ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି। ଯଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରନ୍ତି ତେବେ ଏହା ରାଜ୍ୟର ବିଧାନସଭା ଇତିହାସରେ ଉଦାହରଣ ସୃଷ୍ଟି କରିବ।
ଶୀତ ଅଧିବେଶନ ବେଶ୍ ସରଗରମ ହେବ | ବିଭିନ୍ନ ପ୍ରସଙ୍ଗରେ ବିରୋଧୀମାନେ ସରକାରକୁ ଘେରିବା ନେଇ ଅନୁମାନ କରାଯାଉଛି |



