Responsive Image Link
Department
Trending

SCHOOL & MASS EDUCATION DEPT: ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ

ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବ ପରି ଜାରି ରହିବ |

Show More

Related Articles

Leave a Reply

Your email address will not be published. Required fields are marked *

Back to top button