Skip to main content

welcome to business breaking

BusinessBreaking - Responsive Header
Loading date... Loading time...
ଭୁବନେଶ୍ବରରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

୧୮ରେ ଶପଥ ଗ୍ରହଣ

ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ସ୍ବାଗତ କରିଛନ୍ତି। ପରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।’

ରାଜ୍ୟପାଳଙ୍କ ସହ ଝାଡ଼ଖଣ୍ଡରୁ ପ୍ରାୟ ୩୦୦ଜଣ ଅତିଥି ଆସିଛନ୍ତି। ଅକ୍ଟୋବର ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଶେଷ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ଶପଥ ଗ୍ରହଣ କରିବା ପରେ ପୁରୀ ଗସ୍ତରେ ଯିବେ। ସେଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ |

editor

Related Articles

Leave a Reply

Your email address will not be published. Required fields are marked *