Skip to main content

welcome to business breaking

BusinessBreaking - Responsive Header
Loading date... Loading time...

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା

ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବ

ପେନସନ୍‌ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

editor

Related Articles

Leave a Reply

Your email address will not be published. Required fields are marked *